ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦ ହଜାରରୁ ଅଧିକ କୋଭିଡ୍ ପଜିଟିଭ୍, ୧୬୪୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୪୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୦୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୬୪୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୮ଲକ୍ଷ ୨୩ ହଜାର ୫୪୬ରେ ପହଞ୍ଚିଛି।

 

Leave a Reply

Your email address will not be published. Required fields are marked *