୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨ ହଜାରରୁ ଅଧିକ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ତଳକୁ ଖସୁଛି କରୋନା ସଂକ୍ରମଣ । ଲକ୍ଷ ଲକ୍ଷ ଟ୍ରେଣ୍ଡ ପରେ ଏବେ କରୋନା ପାରା ୫୦ ହଜାର ତଳକୁ ଖସିବାରେ ଲାଗିଛି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୬୭ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨,୬୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୪୬୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୯ଲକ୍ଷ ୭୭ ହଜାର ୮୬୧ରେ ପହଞ୍ଚିଛି ।