୨୪ ଘଣ୍ଟାରେ ବାହାରିଲେ ୪୪ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବା ପରେ ପୁଣି ବଢିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୪୬୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୬୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୫୬ହଜାର ୭୫୭ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *