୨୪ଘଣ୍ଟାରେ ୮୧,୪୮୪ ‌କରୋନା ଆକ୍ରାନ୍ତ ଚିହ୍ନଟ, ୧୦୯୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦ହଜାରୁ  ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଗତ କିଛି ଦିନ ମଧ୍ୟରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଏହା ସାମାନ୍ୟ କମ୍‌, ତଥାପି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲୋକଙ୍କ ଭିତରେ ଭୟ ଉପୁଜାଉଛି।

ଅକ୍ଟୋବର ୨ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୩,୯୪,୦୬୮ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୩୫୨୦୭୮ ଜଣ ସୁସ୍ଥ ହୋଇଛନ୍ତି। ବାକି ୯୯, ୭୭୩ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା  ୮୧,୪୮୪ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୪୨, ୨୧୭ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୫ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ବେଳେ ସମୁଦାୟ ୧୦,୯୭,୯୪୭ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି।

Leave a Reply

Your email address will not be published.