୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୦ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୫୧୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୪୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୨ ଲକ୍ଷ ୮୫ହଜାର ୮୫୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୨ ହଜାର ୫୧୯ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୪ ଲକ୍ଷ ୮୫ହଜାର ୯୨୩ରେ ପହଁଚିଛି । ଏବେ ଦେଶରେ ୩,୩୬,୪୧୫ଟି ସକ୍ରିୟ ମାମଲା ରହିଛି ।











