ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୧ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୯୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୮୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୬୩ ହଜାର ୪୨୧ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *