ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୪ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୪୩୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୩୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୭ ଲକ୍ଷ ୯୧ ହଜାର ୬୧ରେ ପହଁଚିଛି ।

Leave a Reply

Your email address will not be published.