ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୩୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୧ ଲକ୍ଷ ୮୯ ହଜାର ୭୭୪ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ରେ ପହଞ୍ଚିଛି । ଏବେ ଦେଶରେ ୧୬୭୬୯୫ ସକ୍ରିୟ ମାମଲା ରହିଛି ।ସେହିପରି ୩୩୫୬୭୩୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *