ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮,୮୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଦେଶରେ ୧୩୦୭୯୩ ସକ୍ରିୟ ମାମଲା ରହିଛି । ଯାହାକି ୫୨୫ ଦିନରେ ସବୁଠୁ କମ କେସ୍ l

Leave a Reply

Your email address will not be published.