ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫ ହଜାରରୁ ଅଧିକ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।  ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୭୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୮୯୯୩ ସକ୍ରିୟ ମାମଲା ରହିଛି ଏବଂ ୩୪୧୩୮୭୬୩ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୭୫୮୮୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave a Reply

Your email address will not be published. Required fields are marked *