୨୪ ଘଣ୍ଟାରେ ୭୦୨ ମୃତ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ଗତ ୨୪ ଘଣ୍ଟାରେ ୭୦୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୧୫ ହଜାର ୮୧୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୬୮ ଲକ୍ଷ ୭୪ ହଜାର ୫୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *