ଦେଶରେ ଆଉ ୧୦,୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୧୫ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୧୦,୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୨୦,୪୩୯ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୨,୯୦,୯୨୧ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୨୪୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୩,୭୨୪ ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୧,୧୧,୪୭୨ ରହିଛି । ଦୈନିକ ପଜିଟିଭିଟି ହାର ୧.୦୦% କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।