ଦେଶରେ ୪,୫୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଆରୋଗ୍ୟ ହାର ୯୮.୬୯%

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଥିବା ଦେଖାଯାଉଛି। ଦିନକରେ ଆଉ ୪,୫୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯,୭୫,୮୮୩କୁ ବୃଦ୍ଧି ପାଇଛି। ସେହିପରି ଆଉ ୭,୪୧୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୪,୧୩,୫୬୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୯%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୩୫୫ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ଆଉ ୪୬,୯୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୧%।

ଦିନକ ପୂର୍ବରୁ ୮,୯୭,୯୦୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୭,୫୨,୦୮,୪୭୧ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ପୂର୍ବରୁ ୧୮,୬୯,୧୦୩ ଟିକା ନେଇଥିବା ବେଳେ ଏଯାଏଁ ୧,୭୯,୩୩,୯୯,୫୫୫ ଟିକାକରଣ କରାଯାଇଛି। ଆଜି ସକାଳ ଯାଏଁ ୪,୧୧,୦୩୯ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *