ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୯୨୭ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଉପର ତଳ କରୋନା ଗ୍ରାଫ୍ । ପୁଣି କାୟା ମେଲାଇଛି ସଂକ୍ରମଣ । ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୯୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୬୫ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୬୨୭୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୨୫ ହଜାର ୫୬୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୩୬୫୪ ସଂକ୍ରମିତ ପ୍ରାଣ ହରାଇଛନ୍ତି l

Leave a Reply

Your email address will not be published. Required fields are marked *