ଦେଶରେ ନୂଆ ଆକ୍ରାନ୍ତ ୪୪,୪୮୯ ; ୫୨୪ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଗତକାଲି ତୁଳନାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ଘଣ୍ଟାରେ ୪୪,୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୨୪ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩ରେ ପହଞ୍ଚିଛି।

ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୬୬ ହଜାର ୭୦୬କୁ ବୃଦ୍ଧି ପାଇଛି। ୪ ଲକ୍ଷ ୫୨ ହଜାର ୩୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୬ଲକ୍ଷ ୭୯ ହଜାର ୧୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲୃାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *