୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୦,୯୦୩ ନୂଆ ଆକ୍ରାନ୍ତ, ୩୭୯ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୨୫ ହଜାର ୫୪୪ରୁ ଅଧିକ ଟପିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮, ୨୧୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୨୦,୯୦୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୩୭୯ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୨,୨୭,୪୩୯ ରହିଛି।
ଏହା ବ୍ୟତୀତ ୩ ଲକ୍ଷ ୭୯ହଜାର ୮୯୨ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୧.୬ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।