ଦେଶରେ କମୁଛି ସଂକ୍ରମଣ; ନୂଆ ପଜିଟିଭ ୩୧ ହଜାର ୫୨୨, ମୃତ ୪୧୨
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତକାଲି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୩୧,୫୨୨ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୧ ହଜାର ୭୭୨ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୬୭ ହଜାର ୩୭୨କୁ ବୃଦ୍ଧି ପାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷରୁ କମ ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।











