୨୪ ଘଣ୍ଟାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ; ନୂଆ ଆକ୍ରାନ୍ତ ୨୬,୩୮୨
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଗତକାଲି ଜଣାପଡିଥିବ ଆକ୍ରାନ୍ତ ଅପେକ୍ଷା ଆଜି ଏଥିରେ ପୁଣି ବୃଦ୍ଧି ପାଇଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୨୬,୩୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୮୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୪ ହଜାର ୦୯୬ରେ ପହଞ୍ଚିଛି।
ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୯,୩୨,୫୪୮କୁ ବୃଦ୍ଧି ପାଇଛି। ୯୪, ୫୬,୪୪୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୩୨,୦୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।