ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୬୯,୮୭୮ ଆକ୍ରାନ୍ତ ଓ ୯୪୫ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୯ ଲକ୍ଷରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫,୭୯୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୬୯,୮୭୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୯୪୫ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୯୭,୩୩୦ ରହିଛନ୍ତି।

ଏହା ବ୍ୟତୀତ ୨୨ ଲକ୍ଷ ୨୨ ହଜାର ୫୭୮ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ଭାରତ ବିଶ୍ଵରେ ୩ୟ ସଂକ୍ରମିତ ରାଷ୍ଟ୍ର ଭାବେ ରହିଛି। ବିଶ୍ୱରେ ଏବେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨୨,୯୪୯,୨୩୪ରେ ରହିଛି। ଜନ ହପକିନ୍ସ ଯୁନିଭର୍ସିଟିର ପ୍ରକାଶିତ ରିପୋର୍ଟ ଅନୁଯାୟୀ ପ୍ରାୟ ୧୮୮ରୁ ଅଧିକ ଦେଶକୁ କରୋନା ଭାଇରସ୍ ବ୍ୟାପିଥିବା ବେଳେ ଏହାର ସଂକ୍ରମଣରେ ଏଯାବତ୍ ପ୍ରାୟ ୭ ଲକ୍ଷ ୯୯ ହଜାର ୨୪୫ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published.