ଦେଶରେ କରୋନା ପଜିଟିଭଙ୍କ ସଂଖ୍ୟା ପାର ହେଲା ଏକ କୋଟି ; ନୂଆ ଆକ୍ରାନ୍ତ ୨୫,୧୫୩

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଏକ କୋଟି ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ କିଛି ସପ୍ତାହ ହେବ ଦୈନିକ ସଂକ୍ରମଣରେ ହ୍ରାସ ପାଇଥିବା ବେଳେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ୪ହଜାର ୬୦୦କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫,୧୫୩ ପଜିଟିଭ ଓ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩୪୭ ଆକ୍ରାଙ୍କ । ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୫ ହଜାର ୧୩୬ରେ ପହଞ୍ଚିଛି। ମୋଟ ୯୫,୫୦,୭୧୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୦୮,୭୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *