ଦେଶରେ ୧୧,୬୬୬ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଛି। ଦେଶରେ ୨୪ ଘଣ୍ଟାରେ ୧୧,୬୬୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୭,୦୧,୧୯୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୨୩ ଆକ୍ରାନ୍ତ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୩, ୮୪୭ରେ ପହଞ୍ଚିଛି। ଦିନକରେ ୧୪,୩୦୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୦୩,୭୩, ୬୦୬ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୩,୭୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *