ଦେଶରେ ଆଉ ପଜିଟିଭ ୧୨,୯୨୩ ; ମୃତ ୧୦୮

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ହେଊଥିବା ଦେଖାଯାଉଛି। ଦିନକରେ ୧୨,୯୨୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୦୮,୭୧,୨୯୪କୁ ବୃଦ୍ଧି ପାଇଛି। ୧୦୮ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୫,୩୬୦ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧୧,୭୬୪ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୫,୭୩,୩୭୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୪୨,୫୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published.