ପୁଣି କାୟା ବିସ୍ତାର କରୁଛି କରୋନା ; ନୂଆ ପଜିଟିଭ ୭୨,୩୩୦
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା। ଦେଶରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବର୍ତ୍ତମାନ ପୁଣି ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୭୨,୩୩୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୨୨,୨୧,୬୬୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪୫୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୨,୯୨୭ରେ ପହଞ୍ଚିଛି। ଦିନକରେ ୪୦,୩୮୨ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୪,୭୪,୬୮୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫,୮୪,୦୫୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।











