ଗୋଟିଏ ଦିନରେ ଦେଶରେ ୩ ଲକ୍ଷ ୬୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୧୨୦ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୬୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୨୦ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୬୨ ହଜାର ୭୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୨୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୩୭ ଲକ୍ଷ ୩ ହଜାର ୬୬୫ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୫୮ ହଜାର ୩୧୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୯୭ ଲକ୍ଷ ୩୪ ହଜାର ୮୨୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୧୦୫୨୫।