୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ ପଜିଟିଭ୍, ୪୨୦୯ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨୦୯ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୫୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୨୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୨୦୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୦ ଲକ୍ଷ ୩୧ ହଜାର ୯୯୧ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୧ ହଜାର ୩୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୨୭ ଲକ୍ଷ ୧୨ ହଜାର ୭୩୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୨୭୯୨୫।











