ବଢୁଛି କରୋନା ସଂକ୍ରମଣ; ଦେଶରେ ୧୫ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୫.୩୧ ଲକ୍ଷ କୁ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪,୧୯୩ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସହ ୭୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଭାରତରେ ଆକ୍ଟିଭ୍ କେସ୍ ୫,୦୯,୪୪୭ ରହିଛି।

ଏହା ବ୍ୟତୀତ ୯ ଲକ୍ଷ ୮୮ ହଜାର ୦୨୯ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି।

Leave a Reply

Your email address will not be published.