ଦେଶରେ ୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଭାଇରସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ସଂଖ୍ୟା ଏତେ ମାତ୍ରାରେ ବୃଦ୍ଧି ପାଇଛି ଯେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ ହୋଇଛି। ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ୧.୫ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫, ୬୮୫ ହୋଇଥିବାବେଳେ ୨୪ ଘଣ୍ଟାରେ ସର୍ବାଧିକ ୧୮, ୫୫୨ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ୨୪ ଘଣ୍ଟାରେ ୩୮୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୧,୯୭,୩୮୭ ରହିଛନ୍ତି ଏବଂ ୨ ଲକ୍ଷ ୯୫ହଜାର ୮୮୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *