ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ୨୪ ଘଣ୍ଟାରେ ୬୬,୯୯୯ ଆକ୍ରାନ୍ତ ଓ ୯୪୨ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୩ ଲକ୍ଷ ୯୬ ହଜାର ୬୩୮ରୁ ଅଧିକ ଟପିଛି ।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭,୦୩୩ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୬୬,୯୯୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୯୪୨ ଜଣଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୫୩,୬୨୨ ରହିଛି ।

ଏହା ବ୍ୟତୀତ ୧୬ ଲକ୍ଷ ୯୫ ହଜାର ୯୮୨ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୧ ଲକ୍ଷ ୪୮ ହଜାର ୮୬୦ରୁ ଅଧିକ ଆକ୍ଟିଭ୍ କେସ୍ ରହିଥିବା ବେଳେ ଦିଲ୍ଲୀରେ ୧୦ ହଜାର ୮୬୮ରୁ ଅଧିକ ରହିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୪୧୩୯ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧୮ ହଜାର ୩୦୬ ରହିଛି ।

Leave a Reply

Your email address will not be published.