ଭୟଙ୍କର ହେଉଛି କରୋନା ସ୍ଥିତି; ଦେଶରେ ୫୭ ହଜାର ଟପିଲା ମୃତକଙ୍କ ସଂଖ୍ୟା
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୧ ଲକ୍ଷ ୦୬ ହଜାର ୩୪୯ରୁ ଅଧିକ ଟପିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭,୫୪୨ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୬୧,୪୦୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୩୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଗୋଟିଏ ଦିନରେ ୫୭ ହଜାର ୪୮ ଆରୋଗ୍ୟ ଲାଭ କରିଛନ୍ତି ।
ଏହା ବ୍ୟତୀତ ସମୁଦାୟ ୨୩ ଲକ୍ଷ ୩୮ ହଜାର ୦୩୬ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୧ ଲକ୍ଷ ୭୧ ହଜାର ୮୫୯ରୁ ଅଧିକ ଆକ୍ଟିଭ୍ କେସ୍ ରହିଥିବା ବେଳେ ଦିଲ୍ଲୀରେ ୧୧ ହଜାର ୭୭୮ରୁ ଅଧିକ ରହିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୪୩୦୦ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୨୨ ହଜାର ୨୫୩ ରହିଛି ।