ଆଉ ୨ ପଜିଟିଭ୍, ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର(ଓଟି): ଭୁବନେଶ୍ଵରରେ ପୁଣି ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ଜଣେ କପିଳ ପ୍ରସାଦ ହାଉସିଂ ବୋର୍ଡ ଅଞ୍ଚଳର ଏବଂ ଅନ୍ୟଜଣେ ବମିଖାଲ ଅଞ୍ଚଳର ବୋଲି ଜଣାପଡ଼ିଛି ।

ଆଜି ୨ଜଣ ଚିହ୍ନଟ ହୋଇଥିବାବଳେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ଶନିବାର ସୁଦ୍ଧା ଏହି ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଥିଲା। ତେବେ କପିଳ ପ୍ରସାଦ ଅଞ୍ଚଳର ଆକ୍ରାନ୍ତ ବ୍ୟକ୍ତିଙ୍କ ବୟସ ୭୦ ବର୍ଷ ଏବଂ ନିକଟରେ ଅଷ୍ଟ୍ରେଲିଆରୁ ଫେରିଥିବା ଜଣାପଡ଼ିଛି । ଅଷ୍ଟ୍ରେଲିଆରୁ ଫେରିଥିବା ବ୍ୟକ୍ତି ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ । ବମିଖାଲ ଅଞ୍ଚଳର ଆକ୍ରାନ୍ତଙ୍କ ବୟସ ୨୯ ବର୍ଷ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟର ମାଧ୍ୟମରେ ସୂଚନା ଦିଆଯାଇଛି ।

Leave a Reply

Your email address will not be published.