କରୋନା ଅପ୍ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ହଜାର ୮୮୧ ଆକ୍ରାନ୍ତ ହୋଇଛନ୍ତି। ଦେଶରେ ମୃତ୍ୟୁ ସଂଖ୍ୟା ୧୨ ହଜାର ୨୩୭ରେ ପହଞ୍ଚିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୭ ହଜାର ହେଲାଣି।
୧ ଲକ୍ଷ ୯୪ ହଜାର ୩୨୪ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୧ ଲକ୍ଷ ୬୦ ହଜାର ୩୩୮ ରହିଛି। କେବଳ ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ୫ ହଜାର ୬୫୧ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୬ ହଜାର ୭୫୨ ହେଲାଣି।
ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ୧୯୦୪, ଗୁଜରାଟରେ ୧୫୬୦, ତାମିଲନାଡୁରେ ୫୭୬, ପଶ୍ଚିମବଙ୍ଗରେ ୫୦୬, ମଧ୍ୟପ୍ରଦେଶରେ ୪୮୨, ଉତ୍ତରପ୍ରଦେଶରେ ୪୩୫ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ