କୋଭିଡ୍‌-୧୯ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୯ ମାମଲା, ୩୦ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୯ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୦୨,୭୮୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୦,୦୯୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬,୭୦୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି।

ଆଜିର ସୁସ୍ଥ ସଂଖ୍ୟା-୨୧୭ ରହିଛି। ୪୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୪୦ ରହିଛି। ୩,୫୫୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published.