ରାଜ୍ୟରେ ୧୦କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ, ଭୁବନେଶ୍ବରରୁ ଦୁଇ ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୧୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୯୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୦୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫୫୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.