ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯୦ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।