ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୮୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୫୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.