ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ,ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

Leave a Reply

Your email address will not be published.