ରାଜ୍ୟରେ ଆଉ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଦୁଇ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.