ରାଜ୍ୟରେ ଆଜି ୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ   ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୬୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୬୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୪୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.