ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୮୨

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ । ପୁରୀ ଓ କେନ୍ଦ୍ରପଡ଼ାରୁ ୨ ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର,କଟକ ଓ ଗଜପତି,କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *