ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୧୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୨୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୪୧୨୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୦୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.