ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୨୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୧ ଜଣ ମୃତକଙ୍କ ମଧ୍ୟରୁ ବଲେଶ୍ବର, ଗଞ୍ଜାମ, ମାଲକାନଗିରି ଓ ଗଞ୍ଜାମ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଭଦ୍ରକ, ଖୋର୍ଦ୍ଧା ଓ ପୁରୀ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.