ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୯୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୯୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୯୩୭୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୦୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୬୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।