ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ବାଲେଶ୍ବର, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୁରଭଞ୍ଜ ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୦୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୯୩୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୪୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।