ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟାରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୨, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳରୁ ଜଣେ ଲେଖାଏଁ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୦୭ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୩୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୨୭୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୮୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।