ରାଜ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୦୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୪୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।