ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।
ଏଥିମଧ୍ୟରୁ ୭,୮୯୯ଟି ଆରଟିପିସିଆର ଏବଂ ୩୭,୬୪୯ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୧୨୮ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ପୂର୍ବ ଦିନ ୨୪ଘଣ୍ଟାରେ ରାଜ୍ୟରେ ୪୭,୭୫୮କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏଥିମଧ୍ୟରୁ ୭,୬୫୮ଟି ଆରଟିପିସିଆର ଏବଂ ୪୦,୦୧୦ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୯୦ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା।