ଦେଶରେ ୩୦ ଲକ୍ଷ ଟପିଲା କରୋନା ସଂକ୍ରମଣ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୬୯ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ ଓ ୯୧୨ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୦ ଲକ୍ଷ ୪୪ ହଜାର ୯୪୧ରୁ ଅଧିକ ଟପିଛି ।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬,୭୦୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୬୯,୨୩୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୯୧୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ କୋଭିଡ ଆକ୍ଟିଭ୍ କେସ୍ ୭,୦୭,୬୬୮ ରହିଛନ୍ତି ।
ଏହା ବ୍ୟତୀତ ୨୨ ଲକ୍ଷ ୮୦ ହଜାର ୫୬୭ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ଭାରତ ବିଶ୍ଵରେ ୩ୟ ସଂକ୍ରମିତ ରାଷ୍ଟ୍ର ଭାବେ ରହିଛି। ବିଶ୍ୱରେ ଏବେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨,୩୧,୩୪,୩୫୮ରେ ରହିଛି ।
ଜନ ହପକିନ୍ସ ଯୁନିଭର୍ସିଟିର ପ୍ରକାଶିତ ରିପୋର୍ଟ ଅନୁଯାୟୀ ପ୍ରାୟ ୧୮୮ରୁ ଅଧିକ ଦେଶକୁ କରୋନା ଭାଇରସ୍ ବ୍ୟାପିଥିବା ବେଳେ ଏହାର ସଂକ୍ରମଣରେ ଏଯାବତ୍ ପ୍ରାୟ ୮ ଲକ୍ଷ ୦୩ ହଜାର ୪୯୯ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି ।