ଦେଶରେ ୧୮ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷରୁ ଅଧିକ ଟପିଛି।

ଗତ ୨୪ ଘଣ୍ଟାରେ ସର୍ବାଧିକ ୨୨,୭୭୧ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୪୪୨ ଜଣଙ୍କର ମୃତ୍ୟୁ ଘଟିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮, ୬୫୫ରେ ପହଞ୍ଚିଛି ଏବଂ ବର୍ତ୍ତମାନ ଆକ୍ଟିଭ୍ କେସ୍ ୨,୩୫,୪୩୩ ରହିଛି ।

ଏହା ବ୍ୟତୀତ ୩ ଲକ୍ଷ ୯୪ହଜାର ୨୨୬ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୧.୯ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୯୪ ହଜାରରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୨୯୨୩ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୮୩୭୬ ରହିଛି ।

Leave a Reply

Your email address will not be published.