ମାଡି ଆସୁଛି ‘ଜଓ୍ବାଦ’, ପୁରୀ ଜିଲ୍ଲା ଉପକୂଳରେ ଛୁଇଁପାରେ ସ୍ଥଳଭାଗ : ସତର୍କ କଲେ SRC
ଭୁବନେଶ୍ବର, (ଓଡିଶା ଟାଇମ୍): ପୁରୀ ଜିଲ୍ଲା ଉପକୂଳରେ ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କରିବାର ସମ୍ଭାବନା ରହିଛି । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ୮ରୁ ୧୦ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ । ପୁରୀ ଜିଲ୍ଲାର କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ପବନର ବେଗ ସର୍ବାଧିକ ୧୦୦ କି.ମି. ରହିପାରେ ।
ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ପୁରୀ, କେନ୍ଦ୍ରାପଡାରେ ବାତ୍ୟାର ପ୍ରଭାବ ରହିବ । ଶୁକ୍ରବାର ମଧ୍ୟରାତ୍ରିରେ ବର୍ଷାର ପରିମାଣ ବଢିବ । ୪ ତାରିଖ ସନ୍ଧ୍ୟାରୁ ୫ ତାରିଖ ସକାଳ ପର୍ଯ୍ୟନ୍ତ ପବନର ବେଗ ଅଧିକ ରହିବ । ଦୁଇ ଦିନ ପାଇଁ ପିଇବା ପାଣି ସଂଗ୍ରହ କରି ରଖିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳକୁ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।