କୋଭାକ୍ସିନ ଓ କୋଭିସିଲ୍ଡ ମିଶ୍ରିତ ଡୋଜର ହେବ କ୍ଲିନିକାଲ ଟ୍ରାଏଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କୋଭାକ୍ସିନ ଓ କୋଭିସିଲ୍ଡର ମିଶ୍ରଣ ଉପରେ ଅଧ୍ୟୟନ କରିବାକୁ ଅନୁମତି ଦେଲା ଡିସିଜିଆଇ । କିଛି ଦିନ ତଳେ ଆଇସିଏମଆର କହିଥିଲା ଯେ, କୋଭାକ୍ସିନ ଓ କୋଭିସିଲ୍ଡର ମିଶ୍ରିତ ଖୋରାକ ସର୍ବାଧିକ ପ୍ରଭାବଶାଳୀ । ଏଭଳି ମିଶ୍ରିତ ଡୋଜ ନେଉଥିବା ଲୋକଙ୍କ ଶରୀରରେ କରୋନା ସଂକ୍ରମଣର ସମ୍ଭାବନା କମ ରହୁଛି । ଶରୀରରେ ଅଧିକ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରୁଛି । ଏହାକୁ ନଜରରେ ରଖି କୋଭିିସିଲ୍ଡ ଏବଂ କୋଭାକ୍ସିନର ମିଶ୍ରଣକୁ ନେଇ ଅଧ୍ୟୟନ କରିବା ପାଇଁ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ, ଡିସିଜିଆଇ ଅନୁମତି ଦେଇଛନ୍ତି ।

ଏହି ଅଧ୍ୟୟନ ଏବଂ ଏହାର କ୍ଲିନିକାଲ୍ ପରୀକ୍ଷା, ଭେଲୋରର ଖ୍ରୀଷ୍ଟିଆନ ମେଡିକାଲ୍ କଲେଜ ଦ୍ୱାରା ପରିଚାଳିତ ହେବ । ବିଶେଷଜ୍ଞ କାର୍ଯ୍ୟ ସମିତି କିଛିଦିନ ପୂର୍ବରୁ କୋଭିସିଲ୍ଡ ଓ କୋଭାକ୍ସିନର ମିଶ୍ରିତ ଡୋଜ ସହ ନାକରେ ପକାଯାଉଥିବା ଭାରତ ବାୟୋଟେକର ଟିକା ଉପରେ ଅଧ୍ୟୟନ କରିବାକୁ ମଞ୍ଜୁରୀ ପ୍ରଦାନ କରିଥିଲେ । ଏହି ସମୟରେ ଏସଇସି କହିଥିଲେ ଯେ ଅନେକ ଦେଶ ଏବେ ତା’ର ନାଗରିକମାନଙ୍କୁ ମିଶ୍ରିତ କରୋନା ଟିକା ଦେଉଛି ଓ ତାହାର ପରିଣାମ ଭଲ ରହୁଛି ।

Leave a Reply

Your email address will not be published. Required fields are marked *